Biblia Todo Logo
Bib sou entènèt

- Piblisite -




ମୀଖା 1:7 - ଓଡିଆ ବାଇବେଲ

7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ତ ଖଣ୍ତ କରାଯିବ ଓ ତାହାର ବର୍ତ୍ତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ଵଂସ କରିବା; କାରଣ ବେଶ୍ୟାର ବର୍ତ୍ତନ ଦ୍ଵାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବର୍ତ୍ତନ ହୋଇଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ

7 ଏହି, ତା'ର ସମସ୍ତ ମୂର୍ତ୍ତି ଖଣ୍ତ ବିଖଣ୍ତିତ ହେବ। ଶମରିୟାର ସମସ୍ତ ଧନ ଅଗ୍ନିରେ ଦ‌ଗ୍‌ଧ କରାଯିବ। ସେହି ଭଣ୍ତ ଦେବତାର ମୂର୍ତ୍ତିଗୁଡ଼ିକୁ ଧ୍ୱଂସ କରାଯିବ। କାରଣ ଶମରିୟା ତା'ର ସମସ୍ତ ଧନ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇ ଅର୍ଜ୍ଜନ କରିଛି। ସେଥିପାଇଁ ଶମରିୟାର ଧନସମ୍ପଦସବୁ ବାହାର କରି ନିଆଯିବ ଏବଂ ପୁଣି ବେଶ୍ୟାମାନଙ୍କର ମଜୁରୀ ରୂପେ ତାହା ବ୍ୟବହାର କରାଯିବ।

Gade chapit la Kopi




ମୀଖା 1:7
22 Referans Kwoze  

ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।


ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ବିଷୟରେ କହିଥିଲା ‘ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି,’ ସେହିସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହିସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।


କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି ।


କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ଈଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।


ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;


ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।


ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।”


ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।


ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରି ଗଲେ।


ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍‍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।


ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।


ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।


ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।


ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ।


ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।


“ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।


ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ ?


Swiv nou:

Piblisite


Piblisite