Biblia Todo Logo
Bib sou entènèt

- Piblisite -




ମୀଖା 2:13 - ଓଡିଆ ବାଇବେଲ

13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ଵାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ଵାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ “ଭଗ୍ନକାରୀଦଳ “ଲୋକମାନଙ୍କର ନେତୃତ୍ୱ ନେବେ। ସେମାନେ ପ୍ରବେଶ ପଥକୁ ଭାଙ୍ଗି ସେହି ନଗରୀକୁ ପରିତ୍ୟାଗ କରିଛନ୍ତି। ସେମାନଙ୍କର ରାଜା ସେମାନଙ୍କର ଅଗ୍ରଗାମୀ ଓ ତାଙ୍କ ଲୋକମାନଙ୍କର ସମ୍ମୁଖରେ ସଦାପ୍ରଭୁ ମଧ୍ୟ ଥିବେ।

Gade chapit la Kopi




ମୀଖା 2:13
36 Referans Kwoze  

କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।


ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି ।


ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”


ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”


ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି-ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।


ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?


ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।


ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।


ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;


ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।


Swiv nou:

Piblisite


Piblisite