Biblia Todo Logo
Bib sou entènèt

- Piblisite -




ମୀଖା 2:7 - ଓଡିଆ ବାଇବେଲ

7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ଯାକୁବ-ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? କି ଏହା କୁହାଯିବ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ?

Gade chapit la Kopi

ପବିତ୍ର ବାଇବଲ

7 ହେ ଯାକୁବ ବଂଶ, ଆମ୍ଭେ ଏହିସବୁ ନିଶ୍ଚୟ କହିବା। କାରଣ ତୁମ୍ଭେମାନେ ଯେଉଁ ମନ୍ଦକାର୍ଯ୍ୟ କରିଛ, ସେଥିପାଇଁ ସଦାପ୍ରଭୁ ତାଙ୍କର ଧୈର୍ଯ୍ୟ ହରାଇଛନ୍ତି। ତୁମ୍ଭେ ଯଦି ଉଚିତ୍ କର୍ମ କରିବ, ଆମ୍ଭର ବାକ୍ୟ ତୁମ୍ଭ ପାଇଁ ମଙ୍ଗଳକର ହେବ।

Gade chapit la Kopi




ମୀଖା 2:7
31 Referans Kwoze  

କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।


ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।


ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।


ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।


ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।


ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ ।


ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ ।


ତେବେ, ଯାହା ଉତ୍ତମ, ତାହା କି ମୋ' ପକ୍ଷରେ ମୃତ୍ୟୁଦାୟକ ହେଲା ? ତାହା କେବେ ହେଁ ନ ହେଉ । କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋ' ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ ।


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା । ଯୀଶୁ ସେମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;


ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,


ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।


ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;


ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।


ସେ ସତ୍‍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”


ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।


ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;


Swiv nou:

Piblisite


Piblisite