Biblia Todo Logo
Bib sou entènèt

- Piblisite -




ମୀଖା 5:11 - ଓଡିଆ ବାଇବେଲ

11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭ ରାଜ୍ୟର ନଗରଗୁଡ଼ିକୁ ଧ୍ୱଂସ କରିବା ଏବଂ ତୁମ୍ଭର ଦୁର୍ଗ ସଦୃଶ ଅଟ୍ଟାଳିକାଗୁଡ଼ିକୁ ଭାଙ୍ଗି ପକାଇବା।

Gade chapit la Kopi




ମୀଖା 5:11
10 Referans Kwoze  

ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”


ସେ ବଳବାନ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।


ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।


ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;


ତେବେ ମୁଁ ପଚାରିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,


ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।


ପ୍ରଭୁ ଯାକୁବର ସକଳ ବାସ ସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।


କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।


ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।


Swiv nou:

Piblisite


Piblisite