Biblia Todo Logo
Bib sou entènèt

- Piblisite -




ମୀଖା 5:4 - ଓଡିଆ ବାଇବେଲ

4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେସମୟରେ ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ମହାନ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ ହେବେ।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ଇସ୍ରାଏଲର ଶାସକ ସଦାପ୍ରଭୁଙ୍କ ଶକ୍ତିରେ ଓ ତାଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଅପୂର୍ବ ମହିମାରେ ଦଣ୍ଡାୟମାନ ହୋଇ ତାଙ୍କ ପଲଙ୍କୁ ଚରାଇବେ। ସେମାନେ ଶାନ୍ତିରେ ବାସ କରିବେ କାରଣ ସେ ସମୟରେ ତାଙ୍କର ମହାନତା ପୃଥିବୀର ଶେଷ ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୃତ ହେବ।

Gade chapit la Kopi




ମୀଖା 5:4
37 Referans Kwoze  

ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ ।


ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ୱରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।


କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର ।


ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।


'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'"


ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।


ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚ ପଦପ୍ରାପ୍ତ ଓ ମହାମହିମ ହେବେ।


ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି;)


ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।


ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।


ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।


ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।


ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।


ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”


ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ୍ ଅଟନ୍ତି।”


ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;


Swiv nou:

Piblisite


Piblisite