Biblia Todo Logo
Bib sou entènèt

- Piblisite -




ମୀଖା 6:10 - ଓଡିଆ ବାଇବେଲ

10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ତାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?

Gade chapit la Kopi

ପବିତ୍ର ବାଇବଲ

10 ମନ୍ଦାଗ୍ଭରୀଗଣ କ’ଣ ଏବେ ସୁଦ୍ଧା ଗ୍ଭେରି ଧନସମ୍ପତ୍ତିକୁ ଲୁଗ୍ଭଇ ରଖିଛନ୍ତି? ସେହି ମନ୍ଦାଗ୍ଭରୀଗଣ ଏବେ କ’ଣ ଛୋଟ ଐଫାରେ ଲୋକମାନଙ୍କୁ ପ୍ରତାରଣା କରୁଛନ୍ତି? ହଁ, ଏହିସବୁ ଘଟଣା ଏବେ ମଧ୍ୟ ଘଟୁଅଛି।

Gade chapit la Kopi




ମୀଖା 6:10
21 Referans Kwoze  

କାରଣ ସଦାପ୍ରଭୁ କହନ୍ତି , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”


ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।


ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।


ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।


ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।


ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।


ମାତ୍ର ଇସ୍ରାଏଲ ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।


ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା’ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।


ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।


ତୁମ୍ଭେମାନେ ଅସ୍‍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”


ତହିଁରେ ମୁଁ କହିଲି, “ଏ କଅଣ ?” ତହୁଁ ସେ କହିଲେ, “ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”


Swiv nou:

Piblisite


Piblisite