Biblia Todo Logo
Bib sou entènèt

- Piblisite -




ମୀଖା 6:13 - ଓଡିଆ ବାଇବେଲ

13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ଆମ୍ଭେ ତୁମ୍ଭକୁ ଶାସ୍ତି ଦେବା ଆରମ୍ଭ କରିଅଛୁ। ତୁମ୍ଭର ପାପ ଯୋଗୁଁ ଆମ୍ଭେ ତୁମ୍ଭକୁ ବିନଷ୍ଟ କରିବା।

Gade chapit la Kopi




ମୀଖା 6:13
16 Referans Kwoze  

ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।


ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।


ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।


ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।


ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।


ସେ ଉର୍ଦ୍ଧ୍ୱରୁ ମୋ’ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋ’ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।


ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”


ତେବେ ମୁଁ ପଚାରିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,


କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।


କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।


ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍‍ ଆମ୍ଭମାନଙ୍କୁ ! କାରଣ ଆମ୍ଭେମାନେ ପାପ କରିଅଛୁ।


Swiv nou:

Piblisite


Piblisite