Biblia Todo Logo
Bib sou entènèt

- Piblisite -




ମୀଖା 6:3 - ଓଡିଆ ବାଇବେଲ

3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ’ଣ କରିଅଛୁ ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳା; କରିଅଛୁ? ଆମ୍ଭ ପ୍ରତିକୂଳରେ ସାକ୍ଷ୍ୟ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ପୁଣି କୁହନ୍ତି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ କୁହ ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ କି କାର୍ଯ୍ୟ କରିଅଛୁ। ତୁମ୍ଭମାନଙ୍କର ଜୀବନକୁ କଠିନତର କରିଛି ବୋଲି ସାକ୍ଷ୍ୟ ଦିଅ।

Gade chapit la Kopi




ମୀଖା 6:3
11 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି ?


ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା !


ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?


“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;


ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍‍ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।


ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ !


ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।


ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?


Swiv nou:

Piblisite


Piblisite