Biblia Todo Logo
Bib sou entènèt

- Piblisite -




ମୀଖା 6:6 - ଓଡିଆ ବାଇବେଲ

6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଉର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା ? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?

Gade chapit la Kopi

ପବିତ୍ର ବାଇବଲ

6 ଆମ୍ଭେମାନେ କ’ଣ ଆଣି ସଦାପ୍ରଭୁଙ୍କୁ ଭେଟିବା? କ’ଣ କରି ଆମ୍ଭେ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କୁ ପ୍ରଣାମ କରିବା? କ’ଣ ହୋମବଳି ଓ ଏକ ବର୍ଷୀୟ ଗୋବତ୍ସ ନେଇ ଆମ୍ଭେ ସଦାପ୍ରଭୁଙ୍କୁ ଭେଟି ଦେବା?

Gade chapit la Kopi




ମୀଖା 6:6
39 Referans Kwoze  

ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?


ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।


ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି ?


ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।


ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?


ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ ।


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?


ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।


ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;


ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।


ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?”


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,


ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର ।


ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହି ସବୁ କେବେ ପାପ ହରଣ କରି ପାରେ ନାହିଁ ।


ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;


ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ।


ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି।


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।


ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।


ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।


ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।


ମୋ’ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି ?


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।


Swiv nou:

Piblisite


Piblisite