Biblia Todo Logo
Bib sou entènèt

- Piblisite -




ମୀଖା 6:7 - ଓଡିଆ ବାଇବେଲ

7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ ? ଆମ୍ଭେ ଆପଣା ଆଜ୍ଞା-ଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”

Gade chapit la Kopi

ପବିତ୍ର ବାଇବଲ

7 ହଜାର ହଜାର ମେଷରେ କି ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କ’ଣ ଆନନ୍ଦିତ ହେବେ? ମୋର ଅପରାଧ ପାଇଁ କ’ଣ ମୋର ପ୍ରଥମ ସନ୍ତାନକୁ ପ୍ରତିଦାନ ସ୍ୱରୂପ ଦେବି? ମୋର ଶରୀରର ଫଳ ସ୍ୱରୂପ ସନ୍ତାନକୁ ମୋର ପାପ ପାଇଁ କ’ଣ ପରିଶୋଧ କରିବି?

Gade chapit la Kopi




ମୀଖା 6:7
29 Referans Kwoze  

ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।


କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।


ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।


ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’


ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।


ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।


ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ।


ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି।


ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି ।


ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।


କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।


ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।’”


ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋ’ ପାଇଁ ତୈଳ-ନଦୀ ବହାଇଲା।


ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା।


ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।


ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।


ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


Swiv nou:

Piblisite


Piblisite