Biblia Todo Logo
Bib sou entènèt

- Piblisite -




ମୀଖା 7:12 - ଓଡିଆ ବାଇବେଲ

12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭ ଲୋକମାନେ ତୁମ୍ଭ ସ୍ଥାନକୁ ଫେରି ଆସିବେ। ସେମାନେ ଅଶୂରୀୟ ଓ ମିଶରର ନଗରମାନଙ୍କରୁ ଫେରି ଆସିବେ। ତୁମ୍ଭର ଲୋକ ମିଶର ତଥା ଫରାତ୍ ନଦୀର ଆର ପାଖରୁ ଆସିବେ। ଆଉ ମଧ୍ୟ ସେମାନେ ପଶ୍ଚିମସ୍ଥ ସମୁଦ୍ର ଓ ପୂର୍ବସ୍ଥ ପର୍ବତମାନଙ୍କରୁ ଗ୍ଭଲି ଆସିବେ।

Gade chapit la Kopi




ମୀଖା 7:12
15 Referans Kwoze  

ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।


ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;


“ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ,” ଏହା ସେମାନେ ଜାଣିବେ।


ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।


ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।


ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍‍ ଦେଶରୁ ଆସିବେ।


ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;


ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।


ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


Swiv nou:

Piblisite


Piblisite