Biblia Todo Logo
Bib sou entènèt

- Piblisite -




ମାର୍କ 1:10 - ଓଡିଆ ବାଇବେଲ

10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ତତ୍କ୍ଷଣାତ୍ ସେ ଜଳରୁ ଉଠିଆସିବା ସମୟରେ ଆକାଶ ବିଦୀର୍ଣ୍ଣ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଅବତରଣ କରିବା ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯୀଶୁ ଜଳରୁ ଉଠି ଆସିବାକ୍ଷଣି ଦେଖିଲେ, ସ୍ୱର୍ଗ ଦ୍ୱାର ଉନ୍ମୁକ୍ତ ଏବଂ ପରମାତ୍ମା କପୋତ ରୂପରେ ତାଙ୍କ ଉପରେ ଅବତରଣ କରୁଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,

Gade chapit la Kopi

ପବିତ୍ର ବାଇବଲ

10 ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି।

Gade chapit la Kopi




ମାର୍କ 1:10
8 Referans Kwoze  

ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।


ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ ।


ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।


ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।


ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ ।


ପୁଣି, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।


Swiv nou:

Piblisite


Piblisite