Biblia Todo Logo
Bib sou entènèt

- Piblisite -




ମାର୍କ 13:8 - ଓଡିଆ ବାଇବେଲ

8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଦେଶ ଦେଶ ଭିତରେ ଯୁଦ୍ଧ ଲାଗିବ। ଗୋଟିଏ ରାଜ୍ୟ ଆଉ ଗୋଟିଏ ରାଜ୍ୟକୁ ଆକ୍ରମଣ କରିବ। ସବୁଆଡ଼େ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ। କିନ୍ତୁ ଏଗୁଡ଼ିକ ପ୍ରସବ ବେଦନାର କେବଳ ପୂର୍ବ ସୂଚନା ମାତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।

Gade chapit la Kopi

ପବିତ୍ର ବାଇବଲ

8 ଗୋଟିଏ ଜାତି ଅନ୍ୟ ଜାତି ବିରୁଦ୍ଧରେ, ଗୋଟିଏ ରାଜ୍ୟ ଅନ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବ। ବହୁତ ସ୍ଥାନରେ ଭୂମିକମ୍ପ ହେବ। ଲୋକଙ୍କୁ ଖାଇବାକୁ ମିଳିବ ନାହିଁ। ଏହାସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବେଦନା ଭଳି।

Gade chapit la Kopi




ମାର୍କ 13:8
21 Referans Kwoze  

କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।


ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ଆଜ ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।


ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।


ସେଥିରେ ଆଉ ଗୋଟିଏ ଅଶ୍ୱ ବାହାରି ଆସିଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥି ନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି, ତାହାକୁ ଗୋଟିଏ ବୃହତ୍ ଖଡ଼୍ଗ ଦିଆ ଗଲା ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।


ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା ।


ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ।


ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବ କାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହା ତୋଫାନ ଉଠିବ।


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ?


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


ପୁଣି, “ଆମ୍ଭେ ମିସ୍ରୀୟମାନଙ୍କୁ ମିସ୍ରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ’ ପ୍ରାଣ ମୂର୍ଚ୍ଛିତ ହେଲା।”


ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବ ପ୍ରକାର ସଂକଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।


ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।


ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ ।


Swiv nou:

Piblisite


Piblisite