Biblia Todo Logo
Bib sou entènèt

- Piblisite -




ମାର୍କ 2:1 - ଓଡିଆ ବାଇବେଲ

1 କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୁମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ, ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 କିଛି ଦିନ ପରେ ଯୀଶୁ କପର୍ନାହୂମକୁ ଫେରି ଗଲେ। ସେ ଘରେ ଅଛନ୍ତି ବୋଲି ଖବର ବ୍ୟାପିଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା।

Gade chapit la Kopi

ପବିତ୍ର ବାଇବଲ

1 କିଛି ଦିନ ପରେ, ଯୀଶୁ କଫର୍ନାହୂମକୁ ଫେରି ଆସିଲେ। ଯୀଶୁ ଘରକୁ ଫେରି ଆସିଛନ୍ତି ବୋଲି ଖବର ବ୍ୟାପିଗଲା।

Gade chapit la Kopi




ମାର୍କ 2:1
13 Referans Kwoze  

ଯୀଶୁ ଯିହୂଦା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍‍ ହୋଇଥିଲା ।


ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ ।


ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।


କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।


ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ ।


ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ ।


ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ ।


ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ ।


ଆଉ ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ ।


ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ?


ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ଚିକିତ୍ସକ, ନିଜେ ନିଜକୁ ସୁସ୍ଥ କର; କର୍ଫନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହି ସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର ।


Swiv nou:

Piblisite


Piblisite