Biblia Todo Logo
Bib sou entènèt

- Piblisite -




ମାର୍କ 2:13 - ଓଡିଆ ବାଇବେଲ

13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ, ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଯୀଶୁ ପୁଣି ଥରେ ହ୍ରଦ କୂଳକୁ ଗଲେ। ସେଠାରେ ଜନସମାଗମ ହେବାରୁ ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

13 ପୁଣି ଥରେ ଯୀଶୁ ହ୍ରଦ ପାଖଦେଇ ଗଲେ। ଅନେକ ଲୋକ ତା'ଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ।

Gade chapit la Kopi




ମାର୍କ 2:13
11 Referans Kwoze  

ସେ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ ।


ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ ।


କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କ'ଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ ।


ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ ।


କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।


ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ରକୂଳରେ ବସିଲେ ।


ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, "ମୋହର ଅନୁଗମନ କର" । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।


ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦା ସୀମା ଓ ଯର୍ଦ୍ଦନର ଅପରପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ ।


Swiv nou:

Piblisite


Piblisite