Biblia Todo Logo
Bib sou entènèt

- Piblisite -




ମାର୍କ 2:2 - ଓଡିଆ ବାଇବେଲ

2 ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ଵାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାରେ ଏତେ ଲୋକ ଆସି ଜମା ହେଲେ ଯେ ଦ୍ୱାର ନିକଟରେ ସୁଦ୍ଧା ଟିକିଏ ହେଲେ ସ୍ଥାନ ରହିଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

2 ଅନେକ ଲୋକ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଜମା ହୋଇଗଲେ। ଘରଟି ପୁରିଗଲା। ଘରେ କି ବାହାରେ କେଉଁଠି ହେଲେ ଠିଆ ହେବାକୁ ଜାଗା ନ ଥିଲା। ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ।

Gade chapit la Kopi




ମାର୍କ 2:2
20 Referans Kwoze  

ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।


କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।


କିନ୍ତୁ ତାହା କ'ଣ କହେ ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।"


ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ ।


ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।


ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ ।


ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ ।


ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ୱରଙ୍କ ବାକ୍ୟ,


ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,


ସାକ୍ଷାତ୍ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି ।


ପୁଣି, ନଗରବାସୀସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ ।


ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ୱରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,


ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,


ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।


ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା ।


ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ ।


କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୁମରେ ପ୍ରବେଶ କରନ୍ତେ ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା ।


Swiv nou:

Piblisite


Piblisite