Biblia Todo Logo
Bib sou entènèt

- Piblisite -




ମାର୍କ 2:5 - ଓଡିଆ ବାଇବେଲ

5 ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, "ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା ।"

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯୀଶୁ ସେମାନଙ୍କର ବିଶ୍ଵାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ପକ୍ଷାଘାତ ରୋଗୀକୁ କହିଲେ, “ପୁଅରେ! ତୋର ପାପ ସବୁ କ୍ଷମା ହେଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା।”

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁ ଦେଖିଲେ ଯେ, ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଅଛି। ତେଣୁ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ, “ହେ ଯୁବକ, ତୁମ୍ଭ ପାପଗୁଡ଼ିକୁ କ୍ଷମା କରାଗଲା।”

Gade chapit la Kopi




ମାର୍କ 2:5
28 Referans Kwoze  

ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।


ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ ।


କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା ।


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ,


ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି ।


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାକୁ କହିଲେ, ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ ।


ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।


ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର ।


କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,


ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି ।


ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,


ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କ'ଣ ଅଛି, ତାହା ସେ ଆପେ ଜାଣୁଥିଲେ ।


ସେଥିରେ ଯୀଶୁ ତାହାଙ୍କୁ କହିଲେ, ଝିଅ, ତୋହର ବିଶ୍ୱାସ ତତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା ।


ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋ’ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।


ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;


ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”


କାରଣ କ'ଣ ସହଜ ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା ?


କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,


Swiv nou:

Piblisite


Piblisite