Biblia Todo Logo
Bib sou entènèt

- Piblisite -




ମାର୍କ 2:7 - ଓଡିଆ ବାଇବେଲ

7 ଏ ଲୋକ କାହିଁକି ଏପରି କହୁଅଛି ? ସେ ଈଶ୍ୱର ନିନ୍ଦା କରୁଅଛି; କେବେଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ଵରନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 “ସେ ଏହି କଥା କହିବାକୁ ସାହସ କରୁଛନ୍ତି କିପରି? ଏହା ଈଶ୍ୱର ନିନ୍ଦା। ଈଶ୍ୱରଙ୍କ ବ୍ୟତୀତ ଅନ୍ୟ କେହି ପାପ କ୍ଷମା କରିପାରେ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?

Gade chapit la Kopi

ପବିତ୍ର ବାଇବଲ

7 “ଏ’ ଲୋକଟି ଏଭଳି କଥାବାର୍ତ୍ତା କାହିଁକି କରୁଛି? ସେ ପରମେଶ୍ୱରଙ୍କ ବିରୁଦ୍ଧରେ ନିନ୍ଦା କରୁଅଛି। ପରମେଶ୍ୱରଙ୍କ ବ୍ୟତୀତ ପାପ ଗୁଡ଼ିକୁ ଅନ୍ୟ କିଏ କ୍ଷମା କରି ପାରିବ?”

Gade chapit la Kopi




ମାର୍କ 2:7
15 Referans Kwoze  

ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ, ଏ ଯେ ଈଶ୍ୱର ନିନ୍ଦା କରୁଅଛି, ଏ କିଏ ? କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ ?


ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।


ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ


ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ ?


ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।


ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ ? ଜଣେ ନାହିଁ।


ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ ।


ଆପଣମାନେ ତ ଈଶ୍ୱର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କ'ଣ ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ ।


ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ,


ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ୱର ନିନ୍ଦା କରୁଅଛି ।


ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଈଶ୍ୱରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?


କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,


ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ ?


Swiv nou:

Piblisite


Piblisite