Biblia Todo Logo
Bib sou entènèt

- Piblisite -




ମାର୍କ 6:2 - ଓଡିଆ ବାଇବେଲ

2 ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହି ସବୁ କେଉଁଠାରୁ ହେଲା ? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ବିଶ୍ରାମବାର ଉପସ୍ଥିତ ହୁଅନ୍ତେ, ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ, ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ଵିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ଵାରା ସାଧିତ ହେଉଅଛି, ଏସବୁ ବା କଅଣ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାରେ ବିଶ୍ରାମବାର ଦିନ ଉପାସନା ଗୃହରେ ସେ ଉପଦେଶ ଦେଲାବେଳେ ଅନେକ ଲୋକ ଉପସ୍ଥିତ ଥିଲେ। ଯୀଶୁଙ୍କ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପଚାରିଲେ, “ଏତେ କଥା ସେ କେଉଁଠୁ ଜାଣିଲେ? ଏତେ ଜ୍ଞାନ ସେ କେଉଁଠୁ ପାଇଲେ? ଏସବୁ ଅଲୌକିକ କାର୍ଯ୍ୟ ସେ କିପରି କରୁଛନ୍ତି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ?

Gade chapit la Kopi

ପବିତ୍ର ବାଇବଲ

2 ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?

Gade chapit la Kopi




ମାର୍କ 6:2
11 Referans Kwoze  

ଏ କ'ଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କ'ଣ ଏହାର ପିତାମାତାକୁ ଜାଣୁ ନାହୁଁ ? ତେବେ ମୁଁ ସ୍ୱର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି ?


ଏଥିରେ ଯିହୂଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା ?


ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ,


ଯୀଶୁ ଏହି ସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ,


ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।


ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।


ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୂଦା ସୀମା ଓ ଯର୍ଦ୍ଦନର ଅପରପାରିକୁ ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି, ଶିକ୍ଷା ଦେବାକୁ ଲାଗିଲେ ।


ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ ।


Swiv nou:

Piblisite


Piblisite