Biblia Todo Logo
Bib sou entènèt

- Piblisite -




ମାର୍କ 6:3 - ଓଡିଆ ବାଇବେଲ

3 ଏ କି ସେହି ବଢ଼େଇ ନୁହେଁ ? ଏ କି ମରିୟମର ପୁଅ, ଆଉ ଯାକୁବ, ଯୋସି, ଯିହୁଦା ଓ ଶିମୋନର ଭାଇ ନୁହେଁ ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଏ କ’ଣ ମରିୟମଙ୍କ ପୁତ୍ର ସେହି ବଢ଼େଇ ନୁହିଁନ୍ତି? - ଏ କ’ଣ ଯାକୁବ, ଯୋସେଫ, ଯିହୂଦା ଓ ଶିମୋନଙ୍କର ଭାଇ ନୁହଁନ୍ତି? ତାଙ୍କ ଭଉଣୀମାନେ କ’ଣ ଆମ ସହିତ ଏଠାରେ ରହୁ ନାହାନ୍ତି?” ଏହା କହି ସେମାନେ ଯୀଶୁଙ୍କୁ ଉପେକ୍ଷା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।

Gade chapit la Kopi

ପବିତ୍ର ବାଇବଲ

3 ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।

Gade chapit la Kopi




ମାର୍କ 6:3
21 Referans Kwoze  

ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।


ଏ କ'ଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କ'ଣ ଏହାର ପିତାମାତାକୁ ଜାଣୁ ନାହୁଁ ? ତେବେ ମୁଁ ସ୍ୱର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି ?


ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ୱରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି ।


କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ ।


ଆଉ, ଯେ କେହି ମୋ'ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ ।


ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍‌ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।


କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରିୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରିୟମ, ପୁଣି, ଶଲୋମୀ ଥିଲେ;


କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,


ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କ'ଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି ?


ଆଉ, ଯେଉଁ ବ୍ୟକ୍ତି ମୋ'ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ ।


ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ୱରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,


ଭୋଜନପାନ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ?


ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,


କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।


ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମା' ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି ।


Swiv nou:

Piblisite


Piblisite