Biblia Todo Logo
Bib sou entènèt

- Piblisite -




ମାର୍କ 7:6 - ଓଡିଆ ବାଇବେଲ

6 ସେ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖା ଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯୀଶୁ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବିଷୟରେ ଭାବବାଦୀ ଯିଶାଇୟ ଯାହା କହିଥିଲେ, ତାହା ଯଥାର୍ଥ। ତାଙ୍କ ଲେଖା ଅନୁସାରେ ତୁମେ ସବୁ ଛଳ ଧାର୍ମିକ। ‘ଈଶ୍ୱର କହନ୍ତି, ଏହି ଲୋକମାନେ କେବଳ ମୁହଁରେ ମୋତେ ସମ୍ମାନ ଦିଅନ୍ତି କିନ୍ତୁ ହୃଦୟ ମୋ’ଠାରୁ ବହୁ ଦୂରରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ କହିଲେ, “ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧରେ ଯିଶାଇୟ ଯାହା ଭବିଷ୍ୟ‌ଦ୍‌ବାଣୀ କରିଥିଲେ ତାହା ଯଥାର୍ଥ, ଯିଶାଇୟ ଲେଖିଥିଲେ, ‘ଏ ଲୋକମାନେ କେବଳ ମୁଖରେ ମୋର ସମ୍ମାନ କରନ୍ତି, କିନ୍ତୁ ସେମାନଙ୍କ ମନ ମୋ'ଠାରୁ ବହୁ ଦୂରରେ।

Gade chapit la Kopi




ମାର୍କ 7:6
14 Referans Kwoze  

ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”


ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ ।


ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।


ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ ।


ମାତ୍ର ମୁଁ ତୁମ୍ଭମାନଙ୍କୁ ଜାଣିଅଛି, ତୁମ୍ଭମାନଙ୍କ ଅନ୍ତରରେ ଈଶ୍ୱରଙ୍କ ପ୍ରେମ ନାହିଁ ।


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି ।


ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,


Swiv nou:

Piblisite


Piblisite