Biblia Todo Logo
Bib sou entènèt

- Piblisite -




ମାର୍କ 7:9 - ଓଡିଆ ବାଇବେଲ

9 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ୱରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ !

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ଵରଙ୍କ ଆଜ୍ଞା ବେଶ୍ ଅଗ୍ରାହ୍ୟ କରୁଅଛ !ଣହିତୋ. ୧:୨୫

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ ପୁନର୍ବାର କହିଲେ, “ଈଶ୍ୱରଙ୍କ ବିଧାନକୁ ଉପେକ୍ଷା କରି ନିଜ ଶିକ୍ଷାକୁ ଧରି ରଖିବା ପାଇଁ ତୁମ୍ଭେମାନେ ଚତୁର ଉପାୟ ଅବଲମ୍ବନ କରିଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ!

Gade chapit la Kopi

ପବିତ୍ର ବାଇବଲ

9 ଯୀଶୁ ପୁଣି ସେମାନଙ୍କୁ କହିଲେ, “ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରି ଦେଇ ନିଜକୁ ଚତୁର ବୋଲି ଭାବୁଛ।

Gade chapit la Kopi




ମାର୍କ 7:9
16 Referans Kwoze  

ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା ।


ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”


ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ ।


ଫାରୂଶୀମାନେ ଓ ସମସ୍ତେ ଯିହୂଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ ।


ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।


ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ ।


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି ?


କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ ।


ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୂଦୀ ଧର୍ମରେ ଅଗ୍ରସର ହେଉଥିଲି ।


Swiv nou:

Piblisite


Piblisite