Biblia Todo Logo
Bib sou entènèt

- Piblisite -




ମାର୍କ 8:11 - ଓଡିଆ ବାଇବେଲ

11 ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଦିନେ କେତେଜଣ ଫାରୁଶୀ ଯୀଶୁଙ୍କ ନିକଟକୁ ଆସି ତାଙ୍କ ସହିତ ତର୍କ କରିବାକୁ ଲାଗିଲେ। ଯୀଶୁଙ୍କ ଦୋଷ ତ୍ରୁଟି ଧରିବା ପାଇଁ ଫାନ୍ଦ ପାତି ସେମାନେ ତାଙ୍କୁ ଅନୁରୋଧ କଲେ ଗୋଟିଏ ଅଲୌକିକ କାର୍ଯ୍ୟ କରି ସେ ପ୍ରମାଣ କରନ୍ତୁ ଯେ, ତାଙ୍କ ପ୍ରତି ଈଶ୍ୱରଙ୍କ ସମର୍ଥନ ରହିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।

Gade chapit la Kopi

ପବିତ୍ର ବାଇବଲ

11 ଫୀରୂଶୀମାନେ ଯୀଶୁଙ୍କ ପାଖକୁ ଆସି ଯୀଶୁଙ୍କୁ ପରୀକ୍ଷା କରିବାକୁ ପ୍ରଶ୍ନ ପଗ୍ଭରିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ, ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି ବୋଲି ପ୍ରମାଣିତ କରୀବା ପାଇଁ ଆଶ୍ଚର୍ଯ୍ୟକର୍ମ କରିବାକୁ କହିଲେ।

Gade chapit la Kopi




ମାର୍କ 8:11
27 Referans Kwoze  

ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ ।


ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ ।


ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।


ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।


ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ ।


ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ ।


ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବାଃ ରଖିଲେ।”


ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।


ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନ ସ୍ୱରୂପ କ'ଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରି ପାରୁ ?


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?


ଆମ୍ଭେମାନେ ଦେବା କି ନାହିଁ ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ ? ଗୋଟିଏ ମୁଦ୍ରା ମୋ' ପାଖକୁ ଆଣ, ମୁଁ ତାହା ଦେଖେ ।


ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି !


ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,


କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ ?


ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ ।


ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?


ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କ'ଣ ନ୍ୟାୟସଙ୍ଗତ ?


ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ’ ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?”


ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ ।


ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ ?


Swiv nou:

Piblisite


Piblisite