Biblia Todo Logo
Bib sou entènèt

- Piblisite -




ମାର୍କ 8:2 - ଓଡିଆ ବାଇବେଲ

2 ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 “ଏହି ଲୋକମାନେ ତିନି ଦିନ ହେଲା ମୋ’ ନିକଟରେ ଅଛନ୍ତି। ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବା ପାଇଁ କିଛି ନ ଥିବାରୁ ମୋତେ ଦୁଃଖ ଲାଗୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 “ଏ ଲୋକମାନଙ୍କ ପାଇଁ ମୋତେ ବଡ଼ ଦୁଃଖ ଲାଗୁଛି। ସେମାନେ ମୋ’ ସହିତ ତିନି ଦିନ ହେଲା ଅଛନ୍ତି। ଅଥଚ ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବାକୁ କିଛି ନାହିଁ।

Gade chapit la Kopi




ମାର୍କ 8:2
23 Referans Kwoze  

ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ ।


ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।


ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।


ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।


ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ , କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।


ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା । କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ ।


ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ ।


ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ ।


ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ ।


କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ , ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ ।


ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ ।


ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ।


ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ ।


ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।


ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ ।


ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।


ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ।


Swiv nou:

Piblisite


Piblisite