Biblia Todo Logo
Bib sou entènèt

- Piblisite -




ନାହୂମ 1:1 - ଓଡିଆ ବାଇବେଲ

1 ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ନୀନିବୀ ବିଷୟକ ଭାରୋକ୍ତି। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।

Gade chapit la Kopi

ପବିତ୍ର ବାଇବଲ

1 ଏହି ପୁସ୍ତକ ଇଲକୋଶୀୟ ନାହୂମଙ୍କର ଦର୍ଶନ ଅଟେ। ଏହା ନୀନିବୀ ନଗର ସମ୍ବନ୍ଧରେ ଏକ ଦୁଃଖବାର୍ତ୍ତା ଅଟେ।

Gade chapit la Kopi




ନାହୂମ 1:1
19 Referans Kwoze  

ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ।


ହଦ୍ରକ୍‍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।


“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”


ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; ଠିଆ ହୁଅ, ଠିଆ ହୁଅ କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।


ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍‍ ପୁରୀ ଓ କେଲହ,


ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍‍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।


ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।


ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।


ଯେଉଁ ବର୍ଷରେ ଆହସ୍‌ ରାଜାଙ୍କର ମୃତ୍ୟୁୁ ହେଲା, ସେହି ବର୍ଷର ଏହି ଭାବବାଣୀ।


ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କ’ଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ ?


ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।


ଏହି ବାର୍ତ୍ତା ଯାହା ହବକ୍‍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ।


ମଲାଖିଙ୍କ ଦ୍ୱାରା ଇସ୍ରାଏଲ ଲୋକମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା।


ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।


Swiv nou:

Piblisite


Piblisite