Biblia Todo Logo
Bib sou entènèt

- Piblisite -




ନିହିମୀୟା 13:5 - ଓଡିଆ ବାଇବେଲ

5 ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ୍‍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତାହା ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ଵାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ତେଣୁ ସେ ତାକୁ ଏକ ବଡ଼ କୋଠରୀ ଦେଲା। ସେହି କୋଠରୀକୁ ପୂର୍ବେ ଲୋକମାନେ ସେହି ସ୍ଥାନରେ ଶସ୍ୟ ନୈବେଦ୍ୟ, ସୁଗନ୍ଧ ଏବଂ ଅନ୍ୟାନ୍ୟ ସାମଗ୍ରୀ, ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ, ଆଉ ଯାଜକମାନଙ୍କ ନିମନ୍ତେ ଉପହାର ରଖିବାରେ ବ୍ୟବହୃତ ହେଉଥିଲା।

Gade chapit la Kopi




ନିହିମୀୟା 13:5
9 Referans Kwoze  

ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।


ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।


ଅର୍ଥାତ୍‍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ-ପ୍ରସ୍ତର ଓ ବରଗା ଓ କଡ଼ିକାଷ୍ଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।


ପୁଣି, ଆମ୍ଭମାନଙ୍କ ଚକ୍‍ଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।


ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି।


ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମ-ବଳି ଧୌତ କଲେ


ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।


ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,


Swiv nou:

Piblisite


Piblisite