Biblia Todo Logo
Bib sou entènèt

- Piblisite -




ନିହିମୀୟା 3:3 - ଓଡିଆ ବାଇବେଲ

3 ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ଵାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ହସନାୟାର ସନ୍ତାନଗଣ ମତ୍ସ୍ୟଦ୍ୱାର ଗଢ଼ିଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ ଓ ତହିଁର କବାଟ ଓ କିଳିଣୀ ଓ ଅର୍ଗଳସବୁ ଲଗାଇଲେ।

Gade chapit la Kopi

ପବିତ୍ର ବାଇବଲ

3 ହସନାୟାର ପୁତ୍ରମାନେ ମତ୍ସ୍ୟଦ୍ୱାର ଗଠନ କଲେ। ସେମାନେ ତାର କଡ଼ି ଚଢ଼ାଇଲେ, ତା'ର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।

Gade chapit la Kopi




ନିହିମୀୟା 3:3
11 Referans Kwoze  

ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।


ଏଥିଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟ ଦ୍ୱାରର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀରବେଷ୍ଟିତ ନଗର ସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ।


ପୁଣି, ସଦାପ୍ରଭୁ କହନ୍ତି, ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପ-ପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।


ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ୱାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶ ଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ।” ତହିଁରେ ମୋ’ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ।


ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।


ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ବାଦ ସନ୍‍ବଲ୍ଲଟ୍‍ ଓ ଟୋବୀୟ ଓ ଆରବୀୟ ଗେଶମ୍‍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗରଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି।


ଆଉ, ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ୍‍ ପୁରାତନ ଦ୍ୱାରର ମରାମତି କଲେ; ସେମାନେ ତହିଁର କଡ଼ି ଚଢ଼ାଇଲେ, ଆଉ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।


ପୁଣି, ସେମାନଙ୍କ ନିକଟରେ ହକ୍କୋସ୍‍ର ପୌତ୍ର ଊରୀୟର ପୁତ୍ର ମରେମୋତ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ମଶେଷବେଲ୍‍ର ପୌତ୍ର ବେରିଖୀୟର ପୁତ୍ର ମଶୁଲ୍ଲମ୍‍ ମରାମତି କଲା। ଆଉ, ସେମାନଙ୍କ ନିକଟରେ ବାନାର ପୁତ୍ର ସାଦୋକ ମରାମତି କଲା।


କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।


ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ।


ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ।


Swiv nou:

Piblisite


Piblisite