Biblia Todo Logo
Bib sou entènèt

- Piblisite -




ନିହିମୀୟା 5:11 - ଓଡିଆ ବାଇବେଲ

11 ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତ କ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ବିନୟ କରୁଅଛି, ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତ କ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ବୃଦ୍ଧି ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେମାନେ ଆଜି ନିଶ୍ଚିତ ସେମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଏବଂ ଗୃହ ଫେରାଇ ଦେବ। ଏହାକୁ ବର୍ତ୍ତମାନ ଫେରାଇ ଦିଅ ଏବଂ ତୁମ୍ଭେମାନେ ସେମାନଙ୍କର ମୁଦ୍ରା, ଶସ୍ୟ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭେମାନେ ସେମାନଙ୍କଠାରୁ ସୁଧ ହିସାବରେ ନେଇଥିଲ।”

Gade chapit la Kopi




ନିହିମୀୟା 5:11
9 Referans Kwoze  

ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,


ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।


ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,


ମଧ୍ୟ ମୁଁ, ମୋ’ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ୍।


ତହିଁରେ ସେମାନେ କହିଲେ, “ଆମ୍ଭେମାନେ ଯାହା ନେଇଥିଲୁ ତାହା ଫେରାଇ ଦେବୁ ଓ ସେମାନଙ୍କୁ କିଛି ମାଗିବୁ ନାହିଁ; ଆପଣ ଯେପରି କହୁଅଛନ୍ତି, ଆମ୍ଭେମାନେ ସେପରି କରିବୁ।” ତହୁଁ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞାନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି।


Swiv nou:

Piblisite


Piblisite