Biblia Todo Logo
Bib sou entènèt

- Piblisite -




ନିହିମୀୟା 5:2 - ଓଡିଆ ବାଇବେଲ

2 କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ କେହି କେହି କହିଲେ, ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ଅନେକ ଲୋକ ଅଟୁ; ଆମ୍ଭମାନଙ୍କୁ ଶସ୍ୟ ମିଳୁ, ଆମ୍ଭେମାନେ ଖାଇ ବଞ୍ଚିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ କେହି କେହି କହିଲେ, “ଆମ୍ଭେମାନେ, ଆମ୍ଭମାନଙ୍କ ପୁତ୍ର ଓ କନ୍ୟାଗଣ ସମେତ ଅନେକ ଲୋକ ଅଟୁ; ତେଣୁ ଆମ୍ଭେମାନେ ଶସ୍ୟ ନେଇ ତାହା ଖାଇ ବଞ୍ଚିବା।”

Gade chapit la Kopi

ପବିତ୍ର ବାଇବଲ

2 ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଆମ୍ଭମାନଙ୍କର ଅନେକ ପୁତ୍ର ଓ କନ୍ୟା ଅଛନ୍ତି, ଆସ ବଞ୍ଚିବା ପାଇଁ ଶସ୍ୟ କିଣିବା।”

Gade chapit la Kopi




ନିହିମୀୟା 5:2
11 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହିସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।


ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋ’ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।”


ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”


ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।


ତୁମ୍ଭେ ସୁଧ ନିମନ୍ତେ, ଅର୍ଥାତ୍‍, ରୂପାର ସୁଧ, ଖାଦ୍ୟସାମଗ୍ରୀର ସୁଧ, କିଅବା ଯେ କୌଣସି ଦ୍ରବ୍ୟ ସୁଧ ନିମନ୍ତେ ଦିଆଯାଏ, ତହିଁର ସୁଧ ପାଇବା ନିମନ୍ତେ ଆପଣା ଭାଇକୁୁ ଋଣ ଦେବ ନାହିଁ।


ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ’ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”


ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”


ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।


ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତା’ପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”


Swiv nou:

Piblisite


Piblisite