Biblia Todo Logo
Bib sou entènèt

- Piblisite -




ନିହିମୀୟା 5:8 - ଓଡିଆ ବାଇବେଲ

8 ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କ’ଣ ଆପଣା ଭାଇମାନଙ୍କୁ ବିକ୍ରି କରିବ ? ଓ ସେମାନେ କ’ଣ ଆମ୍ଭମାନଙ୍କ ନିକଟରେ ବିକାଯିବେ ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ମୁଁ ସେମାନଙ୍କୁ କହିଲି, ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାଧ୍ୟାନୁସାରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ? ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ଏବଂ ମୁଁ ସେହି ଲୋକମାନଙ୍କୁ କହିଲି, “ଆମ୍ଭର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟ ଲୋକଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାଧ୍ୟ ଅନୁସାରେ ମୁକ୍ତ କରିଅଛୁ। ଏବେ ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇମାନଙ୍କୁ ପୁଣି ଥରେ ବିକ୍ରୀ କରୁଛ।” ଏଥିରେ ସେମାନେ ନୀରବ ରହିଲେ। ସେମାନେ କିଛି ଉତ୍ତର ଦେଇପାରିଲେ ନାହିଁ।

Gade chapit la Kopi




ନିହିମୀୟା 5:8
14 Referans Kwoze  

କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ ।


ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି ।


କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ । ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ ।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;


କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।


ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ ।


ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ ? ମାତ୍ର ସେ ନିରୁତ୍ତର ହୋଇ ରହିଲା ।


ସେମାନେ ବିସ୍ମିତ ଅଛନ୍ତି, ସେମାନେ ଆଉ ଉତ୍ତର ଦିଅନ୍ତି ନାହିଁ, ସେମାନଙ୍କର କୌଣସି କଥା କହିବାକୁ ନାହିଁ।


କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।


କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ ।


ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟ ଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କ’ଣ ତୁମ୍ଭମାନଙ୍କର ଉଚିତ୍ ନୁହେଁ ?”


Swiv nou:

Piblisite


Piblisite