Biblia Todo Logo
Bib sou entènèt

- Piblisite -




ନିହିମୀୟା 6:12 - ଓଡିଆ ବାଇବେଲ

12 ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋ’ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ଵର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ପ୍ରତିକୂଳରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ମାତ୍ର ମୁଁ ଜାଣିଲି ଶମୟିୟଙ୍କୁ ପରମେଶ୍ୱର ପଠାଇ ନ ଥିଲେ। ତଥାପି ସେ ମୋ’ ପ୍ରତିକୂଳରେ ଏହି ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲା। କାରଣ ଟୋବିୟ ଓ ସ‌ନ୍‌ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ।

Gade chapit la Kopi




ନିହିମୀୟା 6:12
20 Referans Kwoze  

ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;


ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ ।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ୱରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ ।


ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ ।


ମୁଁ କାହାରି ରୁପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ଆମ୍ଭେ କଥା ନ କହିଲେ ହେଁ, “ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ,” ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ ?


ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।


‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।


ତହିଁରେ ମୁଁ କହିଲି, “ମୋ’ ପରି ଲୋକ କ’ଣ ପଳାଇବ ? ମୋ’ ପରି ହୋଇ ପ୍ରାଣ ବଞ୍ଚାଇବା ପାଇଁ ଯେ ମନ୍ଦିର ଭିତରକୁ ଯିବ, ଏପରି କିଏ ଅଛି ? ମୁଁ ଭିତରକୁ ଯିବି ନାହିଁ।”


ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା।


Swiv nou:

Piblisite


Piblisite