Biblia Todo Logo
Bib sou entènèt

- Piblisite -




ନିହିମୀୟା 6:6 - ଓଡିଆ ବାଇବେଲ

6 ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍‍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଏହା ଲେଖାଥିଲା, ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗଶ୍ମୁ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍‍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।

Gade chapit la Kopi

ପବିତ୍ର ବାଇବଲ

6 ସେଥିରେ ଏହିପରି ଲେଖା ଯାଇଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି। ମଧ୍ୟ ଗଶୁମୁ ଏହା କହୁଅଛି ଯେ ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଗ୍ଭର କରୁଅଛ। ତେଣୁ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ। ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।

Gade chapit la Kopi




ନିହିମୀୟା 6:6
16 Referans Kwoze  

ମାତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍‍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ ? ତୁମ୍ଭେମାନେ କି ରାଜଦ୍ରୋହ କରିବ ?”


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ ।


ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ ।


ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ‘ଆପଣଙ୍କ ନିକଟରୁ ଆଗତ ଯିହୁଦୀୟ ଲୋକମାନେ ଯିରୂଶାଲମକୁ ଆମ୍ଭମାନଙ୍କ ନିକଟକୁ ଆସିଅଛନ୍ତି; ସେମାନେ ସେହି ବିଦ୍ରୋହୀ ଦୁଷ୍ଟ ନଗର ନିର୍ମାଣ କରୁଅଛନ୍ତି ଓ ପ୍ରାଚୀର ସମାପ୍ତ କରି ଭିତ୍ତିମୂଳର ଜୀର୍ଣ୍ଣସଂସ୍କାର କରିଅଛନ୍ତି।’


ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତିଦ୍ୱାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,


ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି "ପ୍ରସ୍ତରମଣ୍ଡପ', ଯାହାକୁ ଏବ୍ରୀ ଭାଷାରେ "ଗବ୍‍ବଥା' ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ ।


ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି ।


ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।


ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।’


ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋ’ ନିକଟକୁ ପଠାଇଲା।


ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”


ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା।


Swiv nou:

Piblisite


Piblisite