Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:2 - ଓଡିଆ ବାଇବେଲ

2 “ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ତଳୀକି ଆହ୍ଵାନ କରିବା ବେଳେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ବେଳେ ତାହା ବ୍ୟବହାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।

Gade chapit la Kopi

ପବିତ୍ର ବାଇବଲ

2 “ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପାରେ ନିର୍ମିତ ହେବ। ତୁମ୍ଭେ ଲୋକମାନଙ୍କୁ ଏକତ୍ରିତ କରିବା ପାଇଁ ଓ ସେଗୁଡ଼ିକୁ ଯାତ୍ରାଆରମ୍ଭରେ ବ୍ୟବହାର କରିବ।

Gade chapit la Kopi




ଗଣନା ପୁସ୍ତକ 10:2
14 Referans Kwoze  

ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ୱାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଗୃହରେ ପ୍ରାଚୀନଗଣଙ୍କୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।


ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ।


ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।


ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା;


“ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।


ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।


ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,


ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ।


ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।


ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟା କର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।


ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, “ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।”


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।


Swiv nou:

Piblisite


Piblisite