Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:30 - ଓଡିଆ ବାଇବେଲ

30 ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତହୁଁ ସେ କହିଲା, ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”

Gade chapit la Kopi

ପବିତ୍ର ବାଇବଲ

30 କିନ୍ତୁ ହୋବବ କହିଲା, “ମୁଁ ତୁମ୍ଭମାନଙ୍କ ସହିତ ଯାଉ ନାହିଁ। ମୁଁ ମୋର ନିଜ ଦେଶକୁ ଓ ଆପଣା ଲୋକମାନଙ୍କ ନିକଟକୁ ଫେରିଯିବି।”

Gade chapit la Kopi




ଗଣନା ପୁସ୍ତକ 10:30
12 Referans Kwoze  

ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ ।


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ ।


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।


କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।


ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା ।


ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;


ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ ?”


ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।


ମାତ୍ର ତୁମ୍ଭେମାନେ କ'ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର ।


ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।


ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠି ଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।


Swiv nou:

Piblisite


Piblisite