Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:11 - ଓଡିଆ ବାଇବେଲ

11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ କିହେତୁ ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କିହେତୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?

Gade chapit la Kopi

ପବିତ୍ର ବାଇବଲ

11 ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମୋ’ ଉପରେ କ୍ରୋଧ ଦେଖାଉଛ? କାହିଁକି ଆପଣ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?

Gade chapit la Kopi




ଗଣନା ପୁସ୍ତକ 11:11
16 Referans Kwoze  

ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି ?


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ?


ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋ' ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍‍ ମଣ୍ଡଳୀସମୂହ ନିମନ୍ତେ ଚିନ୍ତା ।


ତୁମ୍ଭେମାନେ କହିଅଛ, ପରମେଶ୍ୱରଙ୍କର ସେବା କରିବାରେ କି ଲାଭ ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ ?


ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି ? ତୁମ୍ଭେ କି ମୋ’ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ ?


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।


ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?


ମୁଁ ପରମେଶ୍ୱରଙ୍କୁ କହିବି, “ମୋତେ ଦୋଷୀ କର ନାହିଁ; କାହିଁକି ମୋ’ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।


ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”


ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”


ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁ ଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।


Swiv nou:

Piblisite


Piblisite