Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:27 - ଓଡିଆ ବାଇବେଲ

27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଶୁଣିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।

Gade chapit la Kopi

ପବିତ୍ର ବାଇବଲ

27 “ମୋ’ ବିରୁଦ୍ଧରେ ଅଭିଯୋଗ କରାଯାଉଛି, ମୁଁ କେତେକାଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇସ୍ରାଏଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି।

Gade chapit la Kopi




ଗଣନା ପୁସ୍ତକ 14:27
11 Referans Kwoze  

“ଆମ୍ଭେ ଇସ୍ରାଏଲ ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।”


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ମୋ' ପାଖକୁ ଆଣ ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ?


ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ ।


ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”


ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା।


ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,


ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।”


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


Swiv nou:

Piblisite


Piblisite