Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:3 - ଓଡିଆ ବାଇବେଲ

3 ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ଼୍ଟରେ ନିପାତ କରିବା ପାଇଁ କିହେତୁ ଏ ଦେଶକୁ ଆଣିଲେ? ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ଆମ୍ଭମାନଙ୍କୁ ଖ‌ଡ଼୍‌ଗରେ ନିପାତ କରିବାକୁ କାହିଁକି ଏ ଦେଶକୁ ଆଣିଲେ? ଆମ୍ଭମାନଙ୍କ ସ୍ତ୍ରୀ ଓ ବାଳକମାନେ ବନ୍ଦୀରୂପେ ନିଆଯିବେ। ମିଶରକୁ ଫେରି ଯିବାଟା ଆମ୍ଭମାନଙ୍କ ପକ୍ଷରେ ଭଲ ହୁଅନ୍ତା।”

Gade chapit la Kopi




ଗଣନା ପୁସ୍ତକ 14:3
14 Referans Kwoze  

ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।


ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।


ଆମ୍ଭମାନଙ୍କର ପିତୃପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥା’ନ୍ତୁ।


ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।


ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।


ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


‘ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।’


ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।


Swiv nou:

Piblisite


Piblisite