Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:31 - ଓଡିଆ ବାଇବେଲ

31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।

Gade chapit la Kopi

ପବିତ୍ର ବାଇବଲ

31 ତୁମ୍ଭେ କହିଲ, ତୁମ୍ଭ ପିଲାମାନଙ୍କୁ ବୋହି ନିଆଯିବ। କିନ୍ତୁ ସେମାନଙ୍କୁ ମୁଁ ସେହି ସ୍ଥାନକୁ ଆଣିବି। ଆଉ ତୁମ୍ଭେମାନେ ଯେଉଁ ଦେଶକୁ ପ୍ରତ୍ୟାଖ୍ୟାନ କରିଥିଲ, ସେମାନେ ତାହା ଉପଭୋଗ କରିବେ।

Gade chapit la Kopi




ଗଣନା ପୁସ୍ତକ 14:31
14 Referans Kwoze  

ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।


ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।


ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।


ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।


ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?”


"ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"।


କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ,


ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।


ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;


ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।


ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;


ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।


ଏହି ରୂପେ ସେହି ସନ୍ତାନଗଣ ଦେଶରେ ପ୍ରବେଶ କରି ଅଧିକାର କଲେ, ଆଉ ତୁମ୍ଭେ ସେମାନଙ୍କ ସମ୍ମୁଖରେ ସେହି ଦେଶବାସୀ କିଣାନୀୟମାନଙ୍କୁ ପରାସ୍ତ କଲ ଓ ସେମାନେ ଯେପରି ଆପଣା ଇଚ୍ଛାମତ ବ୍ୟବହାର କରିବେ, ଏଥିପାଇଁ ସେମାନଙ୍କୁ ଓ ସେମାନଙ୍କ ରାଜାଗଣକୁ ଓ ଦେଶସ୍ଥ ନାନା ଗୋଷ୍ଠୀକୁ ସେମାନଙ୍କ ହସ୍ତରେ ସମର୍ପଣ କଲ।


Swiv nou:

Piblisite


Piblisite