Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:14 - ଓଡିଆ ବାଇବେଲ

14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେହି ପ୍ରକାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେ ପ୍ରକାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେପ୍ରକାର କର, ସେ ସେହି ପ୍ରକାର କରିବ।

Gade chapit la Kopi

ପବିତ୍ର ବାଇବଲ

14 ଯଦି ତୁମ୍ଭ ସହିତ ବାସ କରୁଥିବା ଜଣେ ବିଦେଶୀ ଲୋକ କିମ୍ବା ସେ ସମନ୍ଧରେ କୌଣସି ବିଦେଶୀଗତ ସ୍ଥାୟୀ ଅଧିବାସୀ କିମ୍ବା ଯେକେହି ତୁମ୍ଭ ସହିତ ଦୀର୍ଘଦିନ ଧରି ବାସ କରୁଥିବା ଲୋକ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଅର୍ପଣ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭ ପ୍ରତି ପ୍ରଯୁଜ୍ୟ ହେଉଥିବା ସମାନ ପଦ୍ଧତି ତା’ ପାଇଁ ଅନୁସୃତ ହେବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 15:14
5 Referans Kwoze  

“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,


ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।


ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।


କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।”


କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,


Swiv nou:

Piblisite


Piblisite