Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:13 - ଓଡିଆ ବାଇବେଲ

13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ ଆମ୍ଭମାନଙ୍କୁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ। ଏହା କ’ଣ କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହେବାକୁ ଗ୍ଭହୁଁଛ।

Gade chapit la Kopi




ଗଣନା ପୁସ୍ତକ 16:13
19 Referans Kwoze  

କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ ।


ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);


ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”


କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ ।


ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !


ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?”


ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।


ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


ଏଥିଉତ୍ତାରେ ସେମାନେ ଭାରବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।


ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?


ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?”


ତହିଁରେ ମୋଶା ଇଲୀୟାବ୍‍ର ପୁତ୍ର ଦାଥନକୁ ଓ ଅବୀରାମ୍‍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।


ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି ?


ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।


ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।


Swiv nou:

Piblisite


Piblisite