Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:38 - ଓଡିଆ ବାଇବେଲ

38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ତଣି ନିମନ୍ତେ ପିଟାପତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନ ସ୍ଵରୂପ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”

Gade chapit la Kopi




ଗଣନା ପୁସ୍ତକ 16:38
14 Referans Kwoze  

ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,


ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।


ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।


ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।


ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”


ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହି ସବୁ ଲେଖାଯାଇଅଛି ।


ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି।


ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।


ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।


“ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;


ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;


ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;


Swiv nou:

Piblisite


Piblisite