Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:41 - ଓଡିଆ ବାଇବେଲ

41 ତଥାପି ଆରଦିନ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”

Gade chapit la Kopi

ପବିତ୍ର ବାଇବଲ

41 ତା’ ପରଦିନ ଇସ୍ରାଏଲ ସମସ୍ତ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ ଯେ, “ସେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ହତ୍ୟା କଲେ।”

Gade chapit la Kopi




ଗଣନା ପୁସ୍ତକ 16:41
18 Referans Kwoze  

ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।


ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !


ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‌ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି ।


"ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"


ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।


ଯେତେବେଳେ ବେଥେଲ୍‍ର ଯାଜକ ଅମତ୍‍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।”


ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;


ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ’ଣ ତୁମ୍ଭେ ?”


ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତିଦ୍ୱାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,


ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”


ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ ।


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।


Swiv nou:

Piblisite


Piblisite