ଗଣନା ପୁସ୍ତକ 18:15 - ଓଡିଆ ବାଇବେଲ15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେମାନେ ମନୁଷ୍ୟ କି ପଶୁମାନଙ୍କ ମଧ୍ୟରୁ ଯେସମସ୍ତ ପ୍ରଥମଜାତ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ। Gade chapit laପବିତ୍ର ବାଇବଲ15 ସେମାନେ ମନୁଷ୍ୟ ଓ ପଶୁମାନଙ୍କର ପ୍ରଥମଜାତ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ। ସେମାନେ ସମସ୍ତ ତୁମ୍ଭର, ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଓ ଅଶୁଚି ପଶୁକୁ ମୁକ୍ତ କରିବା ଉଚିତ୍। Gade chapit la |
ପୁଣି, ଆମ୍ଭମାନଙ୍କ ଚକ୍ଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।