Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 18:7 - ଓଡିଆ ବାଇବେଲ

7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ଵନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ଵ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ଵ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”

Gade chapit la Kopi

ପବିତ୍ର ବାଇବଲ

7 କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଯଜ୍ଞବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ପବିତ୍ର ସ୍ଥାନରେ ଯାଜକତ୍ୱ ପାଳନ କରିବ ଓ ସେବା କରିବ, ଆମ୍ଭେ ଆମ୍ଭର ଦାନଜନିତ ସେବାରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ। ଯଦି କେହି ଅଜଣା ବ୍ୟକ୍ତି ମୋର ପବିତ୍ର ସ୍ଥାନ ନିକଟକୁ ଆସେ, ତାକୁ ହତ୍ୟା କରାଯିବ।”

Gade chapit la Kopi




ଗଣନା ପୁସ୍ତକ 18:7
28 Referans Kwoze  

ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।


ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।


ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।


ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍‍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।


ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ୱରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ ।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ ? ଆହୁରି, ଆମ୍ଭେ କି ଇସ୍ରାଏଲ ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ ?


ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।


ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।


ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ୱରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର ।


ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।


ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।


ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।


କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍‍ ଓ ରୁବେନ୍‍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।


ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।


ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।


ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକକର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;


ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।


Swiv nou:

Piblisite


Piblisite