Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 19:18 - ଓଡିଆ ବାଇବେଲ

18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା, ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ୍ ନେଇ ଏହି ଜଳରେ ଡୁବାଇ ସେହି ତମ୍ଵୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି ଅସ୍ଥି କି ହତ କି ମୃତ କି କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ

18 ତା'ପରେ ଜଣେ ଶୁଚିମନ୍ତ ବ୍ୟକ୍ତି ଏକ ଏସୋବ୍ ଶାଖା ନେଇ ସେହି ଜଳରେ ବୁଡ଼ାଇବା ଉଚିତ୍। ସେ ସେହି ତମ୍ବୁ ଉପରେ, ସମସ୍ତ ପାତ୍ର ଉପରେ, ସେଠାରେ ଥିବା ସମସ୍ତ ଲୋକ ଉପରେ ଓ ଅସ୍ଥି, କି ହାତ କି ମୃତ କବର ଛୁଇଁଥିବା ଲୋକ ଉପରେ ତାହା ଛିଞ୍ଚିବ।

Gade chapit la Kopi




ଗଣନା ପୁସ୍ତକ 19:18
13 Referans Kwoze  

ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !


ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି ।


ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ ।


ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।


କାରଣ ମୋଶା ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,


ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।


ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।


ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।


ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।


Swiv nou:

Piblisite


Piblisite