Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 20:22 - ଓଡିଆ ବାଇବେଲ

22 ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ସେମାନେ କାଦେଶରୁ ଯାତ୍ରା କଲେ। ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ସମସ୍ତ ମଣ୍ତଳୀ ହୋର ପର୍ବତରେ ଉପସ୍ଥିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

22 ସମସ୍ତ ଇସ୍ରାଏଲର ଲୋକମାନେ କାଦେଶରୁ ହୋର ପର୍ବତକୁ ଯାତ୍ରା କଲେ।

Gade chapit la Kopi




ଗଣନା ପୁସ୍ତକ 20:22
10 Referans Kwoze  

ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।


ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।


ପୁଣି, ଗାଦ୍‍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍‍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।


ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।


ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;


ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;


ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।


ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।


Swiv nou:

Piblisite


Piblisite