Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:21 - ଓଡିଆ ବାଇବେଲ

21 ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;

Gade chapit la Kopi

ପବିତ୍ର ବାଇବଲ

21 ଅନନ୍ତର ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ କେତେକ ଦୂତଙ୍କୁ ପଠାଇଲେ, ସେମାନେ ରାଜାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 21:21
16 Referans Kwoze  

ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍‍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା।


“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,


ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।


କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।


ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଆମ୍ଭେ କି ମିସ୍ରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ ?


ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।


ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।


ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;


ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଷ୍‍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଷ୍‍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।


ଇସ୍ରାଏଲ ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।


ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,


Swiv nou:

Piblisite


Piblisite