Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 21:3 - ଓଡିଆ ବାଇବେଲ

3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ବର୍ଜନୀୟ ରୂପେ ବିନାଶ କଲେ, ପୁଣି ସେହି ସ୍ଥାନର ନାମ ହର୍ମା (ବର୍ଜିତ) ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।

Gade chapit la Kopi

ପବିତ୍ର ବାଇବଲ

3 ତହୁଁ ସଦାପ୍ରଭୁ ସେମାନଙ୍କ ପ୍ରାର୍ଥନା ଶୁଣିଲେ, ସେ କିଣାନୀୟମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ସମସ୍ତ ନଗର ବର୍ଜ୍ଜନୀୟ ରୂପେ ବିନାଶ ହେଲା। ତେଣୁ ସେହି ସ୍ଥାନର ନାମ ହର୍ମା ହେଲା।

Gade chapit la Kopi




ଗଣନା ପୁସ୍ତକ 21:3
11 Referans Kwoze  

ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।


କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।


ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;


ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।


ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।


ହର୍ମାର ରାଜା, ଏକ; ଅରାଦର ରାଜା, ଏକ;


ଇଲତୋଲଦ୍‍ ଓ କସୀଲ ଓ ହର୍ମା


ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋ’ ରବ ଓ ବିନତି ଶୁଣିଅଛନ୍ତି।


Swiv nou:

Piblisite


Piblisite