Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 22:31 - ଓଡିଆ ବାଇବେଲ

31 ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଏଥିରେ ସଦାପ୍ରଭୁ ବିଲୀୟମର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍‍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

31 ଏଥିରେ ସଦାପ୍ରଭୁ ବିଲିୟମର ଚକ୍ଷୁ ଖୋଲି ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧ୍ୟରେ ଖ‌ଡ଼୍‌ଗ ଧାରଣ କରି ଛିଡ଼ା ହୋଇଥିବା ଦେଖିଲା। ତହିଁରେ ସେ ହତାଶ ହୋଇ ଭୂମିରେ ପଡ଼ି ଗଲା।

Gade chapit la Kopi




ଗଣନା ପୁସ୍ତକ 22:31
14 Referans Kwoze  

ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।


ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ ।


କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।


ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।


ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା]


ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।


ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;


ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।


ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,


ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି” ? ତହୁଁ ସେ କହିଲା, “ନା।”


ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ ?


ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉ ଅଛନ୍ତି ?


Swiv nou:

Piblisite


Piblisite