Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 23:19 - ଓଡିଆ ବାଇବେଲ

19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପରମେଶ୍ଵର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?

Gade chapit la Kopi

ପବିତ୍ର ବାଇବଲ

19 ପରମେଶ୍ୱର ମନୁଷ୍ୟ ନୁହନ୍ତି, ସେ ମିଥ୍ୟା କହିବେ ନାହିଁ। ସେ ମଧ୍ୟ ମନୁଷ୍ୟ ନୁହନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହେବ ନାହିଁ? ନା!

Gade chapit la Kopi




ଗଣନା ପୁସ୍ତକ 23:19
36 Referans Kwoze  

ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।


“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ୱରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ ।


ଈଶ୍ୱରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;


କାରଣ, ଈଶ୍ୱରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ।


ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।


ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।


ତଥାପି ହେ ପରମେଶ୍ୱର ! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର ! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ।


କିନ୍ତୁ ଈଶ୍ୱରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ । କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,


ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ (ଯୀଶୁ) ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରି ପାରନ୍ତି ନାହିଁ ।


ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;


ନା ତୁମ୍ଭେମାନେ କ'ଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି ?


ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”


ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।”


ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ’ କଥାରେ କର୍ଣ୍ଣପାତ କର।”


ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।


ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”


ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।


ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।


ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”


ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।


ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ, ମାତ୍ର ଆମ୍ଭେ ଯାହା ଇଚ୍ଛା କରୁ, ତାହା ସିଦ୍ଧ କରିବା ଓ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରୁ, ତହିଁରେ କୃତାର୍ଥ ହେବ।


ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”


ରାଜା ନବୂଖଦ୍‍ନିତ୍ସର ପ୍ରତି ଏହିସବୁ ଘଟିଲା।


ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।


ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।


ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା।


ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।


ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।


ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? [ସେଲା]


ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।


Swiv nou:

Piblisite


Piblisite